ଆଜି ଚନ୍ଦ୍ରକୁ ଯିବ ‘ଚନ୍ଦ୍ରଯାନ-୩’

0

ନୂଆଦିଲ୍ଲୀ (ଆମ ଟିଭି): ଭାରତ ପାଇଁ ଆଜି ହେଉଛି ଏକ ଐତିହାସିକ ଦିନ । ଆଜି ଚନ୍ଦ୍ରକୁ ଯିବ ଚନ୍ଦ୍ରଯାନ-୩ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି । ଆଜି ଅପରାହ୍ନ ୨ଟା ୩୫ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଉତକ୍ଷେପଣ କରାଯିବ ଚନ୍ଦ୍ରଯାନ-୩ ।ଏଲଭିଏମ-୩ ରକେଟ୍ ଦ୍ୱାରା ମହାକାଶକୁ ପ୍ରେରଣ କରାଯିବ । କୋଟି କୋଟି ଭାରତୀୟଙ୍କ ନଜର ଏହା ଉପରେ ରହିଛି ।

୨୦୧୯ ସେପ୍ଟେ୍ମ୍ବର ମାସରେ ଚନ୍ଦ୍ରଯାନ-୨ ପ୍ରେରଣ କରାଯାଇଥିଲା । ଶେଷରେ ଚନ୍ଦ୍ରପୃଷ୍ଠକୁ ଛୁଇଁବାକୁ ମାତ୍ର ୪୦୦ ମିଟର ଥିବା ବେଳେ ଲ୍ୟାଣ୍ଡର ସହ ଇସ୍ରୋର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା । ଗତିପଥରେ ପରିବର୍ତନ ଓ ଦ୍ରୁତ ଗତି ଯୋଗୁଁ କ୍ରାସ ଲ୍ୟାଣ୍ଡିଂ କରିଥିଲା ଲ୍ୟାଣ୍ଡର । ଏହା ସହ ଭାରତର ଚନ୍ଦ୍ର ବିଜୟ ସ୍ୱପ୍ନ ଚୁରମାର ହୋଇ ଯାଇଥିଲା । କିନ୍ତୁ ଭାରତ ପଛକୁ ନହଟି ଆରମ୍ଭ କରିଥିଲା ମିସନ ଚନ୍ଦ୍ରଯାନ-୩ । ଆଉ ଯଦି ଏଥର ଯଦି ଚନ୍ଦ୍ର ଅଭିଯାନ ସଫଳ ହେବ, ତାହେଲେ ଇତିହାସ ରଚିବ ଭାରତ ।

Leave A Reply

Your email address will not be published.