‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଖୋର୍ଦ୍ଧା ଜଙ୍କିଆ ମିନି ଷ୍ଟାଡିୟମରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦେବ, ଏକାମ୍ର ବିଧାୟକ ବାବୁ ସିଂହ ଓ ଜିଲାପାଳ ଚଞ୍ଚଲ ରାଣା ପ୍ରମୁଖ ଉପସ୍ଥିତ ଥିଲେ।