ନବୀନଙ୍କ ଚିଠିର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର(ଆମ ଟିଭି): ନବୀନଙ୍କ ଚିଠିର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପହଣ୍ଡି ବେଳେ ଘଟିଥିବା ଅଘଟଣ ନେଇ ଚିଠି ଲେଖିବା ପରେ, ଏହାର ଜବାବ ରଖିଛନ୍ତି ମୋହନ । ସେ କହିଛନ୍ତି, ଜଗତର ନାଥ ଜଗନ୍ନାଥ କେବଳ ଓଡିଆ ଜାତିର ଅସ୍ମିତାର ପ୍ରତୀକ ନୁହଁନ୍ତି । ସେ ସାରା ଜଗତ ଅର୍ଥାତ ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳର ନାଥ । ପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ମିଳିତ ସମାହାର ଏବଂ ତାଙ୍କର ପୂଜନ ବିଧି ବ୍ୟବସ୍ଥା ସାରା ଜଗତରେ ବିରଳ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚିଠିରେ ଉଲ୍ଲେଖ କରିଛନ୍ତି ।
ଏଥିସହ ସେ ଆହୁରି ମଧ୍ୟ କହିଛନ୍ତି ଯେ, ଚଳିତ ବର୍ଷ ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା, ସେଥିରେ ସାରା ଜଗତ ଦୁଃଖିତ । ତେଣୁ ଆପଣ ଏ ଘଟଣାରେ ମର୍ମାହତ ହେବା ସ୍ୱାଭାବିକ ବୋଲି ନବୀନଙ୍କୁ ଚିଠି ଲେଖି କହିଛନ୍ତି ନବୀନ । ଏଥିସହ ସେ ମଧ୍ୟ ଏହି ଘଟଣାରେ ଗଭୀର ଭାବେ ମର୍ମାହତ ବୋଲି କହିଛନ୍ତି ।