ଆଜି ବାତ୍ୟା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ସତର୍କ ରହିଛନ୍ତି ରାଜ୍ୟ ସରକାର। ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରି ଦେଇଛନ୍ତି ପୂର୍ବ ପ୍ରସ୍ତୁତି। ଏହାକୁ ନେଇ ଘନ ଘନ ବୈଠକ ଅନୁଷ୍ଠିତ ହେଉଥିବା ବେଳେ ଆଜି ବାତ୍ୟା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଆଜି ଅପରାହ୍ନ ୪ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ସମ୍ଭାବ୍ୟ ବାତ୍ୟା ମୁକାବିଲାର ସମୀକ୍ଷା କରିବେ । ଏହି ବୈଠକରେ ରାଜସ୍ୱ ମନ୍ତ୍ରୀ, ମୁଖ୍ୟ ସଚିବ, SRC ପ୍ରମୁଖ ଉପସ୍ଥିତ ରହିବେ । ଏହା ପୂର୍ବରୁ ବାତ୍ୟା ମୁକାବିଲା ନିମନ୍ତେ ପ୍ରସ୍ତୁତି ରିପୋର୍ଟକୁ SRCଙ୍କ ନିକଟରେ ଦାଖଲ କରିବାକୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଏହି ଜିଲ୍ଲାପାଳମାନେ ବୈଠକ ସମୟରେ ଭିଡିଓ କନଫରେନ୍ସିଂରେ ଉପସ୍ଥିତ ରହିବେ।

Leave A Reply

Your email address will not be published.