ଭୁବନେଶ୍ୱର (ଆମ ଟିଭି): ଦିଲ୍ଲୀରୁ ସମ୍ମାନିତ ହୋଇ ଭୁବନେଶ୍ୱରରେ ପହଞ୍ଚଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କୁ ସ୍ୱାଗତ କରିବା ପାଇଁ ବିଜେଡି ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିମାନ ବନ୍ଦରରୁ ନବୀନ ନିବାସ ଯାଏଁ ଜନସମୁଦ୍ର ଦେଖିବାକୁ ମିଳିଛି । ମନ୍ତ୍ରୀ, ନେତା ଓ କର୍ମୀ ଏକାଠି ହୋଇଛନ୍ତି ।
ଏଥିପାଇଁ ସାରା ରାଜ୍ୟରୁ ୫୦ ହଜାର ଲୋକ ରାଜଧାନୀରେ ଏକଜୁଟ ହୋଇଛନ୍ତି । ଯାହାକୁ ନେଇ କମିଶନରେଟ୍ ପୋଲିସ ବି ପ୍ରସ୍ତୁତ ରହିଛି । ବିମାନବନ୍ଦରରେ ଜୋରଦାର ପ୍ରସ୍ତୁତି କରାଯାଇଛି । ସୁରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ୫୦ ଜଣ ପୁଲିସ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି । ୨୦୧୯ ନିର୍ବାଚନରେ ନବୀନ ପଟ୍ଟନାୟକଙ୍କ ପ୍ରଚାର ପାଇଁ ଯେଉଁ ବସର ବ୍ୟବସ୍ଥା କରାଯାଇଥିଲା ସେହି ବସରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦରରୁ ନବୀନ ନିବାସ ଯିବେ ।
ମଝିରେ ବିଜୁବାବୁଙ୍କ ମୂର୍ତ୍ତିରେ ପୁଷ୍ପମାଲ୍ୟ ବି ଦେବେ । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ, ସମ୍ବର୍ଦ୍ଧନା କାର୍ୟ୍ୟକ୍ରମ ଥିବାରୁ ସେହି ସମୟରେ ବିମାନବନ୍ଦରକୁ ଆସୁଥିବା ଯାତ୍ରୀମାନେ ଯେପରି ଅସୁବିଧାର ସମ୍ମୁଖନୀ ନହୁଅନ୍ତି, ତାହା ଉପରେ ପୁଲିସ ବେଶି ଗୁରୁତ୍ୱ ଦେଇଛି । ଅନ୍ୟପଟେ ସହରରେ ଟ୍ରାଫିକ୍ ସମସ୍ୟା ଦେଖାଦେଇଛି । ଅନେକ ଟ୍ରାଫକ୍ ରେ ଜାମ୍ ହେତୁ ଆମ୍ବୁଲାନ୍ସ ମଧ୍ୟ ଅଟକିଥିବା ଦେଖିବାକୁ ମିଳିଛି ।