୩ ଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଭୁବନେଶ୍ୱର (ଆମ ଟିଭି): ପୁଞ୍ଜି ଆଣିବାକୁ ମୁମ୍ବାଇ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନି ଦିନିଆ ଗସ୍ତରେ ମଙ୍ଗଳବାର ସନ୍ଧ୍ୟାରେ ମୁମ୍ବାଇ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ସେପ୍ଟେମ୍ବର ୧୪ତାରିଖରେ ମୁମ୍ବାଇର ଟ୍ରାଇଡେଣ୍ଟ ହୋଟେଲରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବେ।

ଏହି ଅବସରରେ ସେ ଆଦିତ୍ୟ ବିର୍ଲା ଗ୍ରୁପର ମୁଖ୍ୟ କୁମାର ମଙ୍ଗଳମ୍ ବିର୍ଲା, ବେଦାନ୍ତର ଅଧ୍ୟକ୍ଷ ଅନିଲ ଅଗ୍ରୱାଲଙ୍କ ସମେତ କେତେକ ବିଶିଷ୍ଟ ଉଦ୍ୟୋଗୀଙ୍କୁ ଭେଟି ଆଲୋଚନା କରିବା ସହ ନଭେମ୍ବର ୩୦ରୁ ଡିସେମ୍ବର ୪ତାରିଖ ପର୍ୟ୍ୟନ୍ତ ଭୁବନେଶ୍ବରରେ ଆୟୋଜନ ହେବାକୁ ଥିବା ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ସାମିଲ୍ ହେବାକୁ ନିମନ୍ତ୍ରଣ ଦେବେ।

ଏହାସହ ଓଡ଼ିଶାରେ ପୁଞ୍ଜିନିବେଶ କଲେ କି’ ପ୍ରକାରର ସହଯୋଗ ଯୋଗାଇଦେବେ ସେନେଇ ଆଲୋଚନା କରିବେ। ସେହିପରି ମୁଖ୍ୟମନ୍ତ୍ରୀ ୧୫ତାରିଖ ସକାଳେ ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଓପନିଂ ବେଲ୍ ବଜାଇବାର କାର୍ୟ୍ୟକ୍ରମ ରହିଛି। ପ୍ରତିଦିନ ସକାଳ ୯ଟାରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ ଖୋଲୁଥିବାବେଳେ କାରବାର ଆରମ୍ଭ ପୂର୍ବରୁ ଏହି ଓପନିଂ ବେଲ୍ ବଜାଇବାର ପରମ୍ପରା ରହିଛି ।

 

Leave A Reply

Your email address will not be published.