ଭୁବନେଶ୍ୱର: ବଲାଙ୍ଗୀରବାସୀଙ୍କୁ ନୂଆବର୍ଷ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଲାଙ୍ଗୀର ଜିଲାରେ ୨୭୨୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ୫୨୮୪ କିମି ଦୀର୍ଘ ଜଳସେଚନ ବ୍ୟବସ୍ଥା ସହ ୧ ଲକ୍ଷ ଏକର ଜମି ସେଚାଞ୍ଚଳ ହେବ। ସୁବର୍ଣ୍ଣପୁର ସମେତ ବଲାଙ୍ଗୀର ଜିଲ୍ଲାର ୨୦୦ରୁ ଅଧିକ ଗ୍ରାମର କୃଷକଙ୍କ ପାଇଁ ଜଳସେଚନ ସୁବିଧା ମିଳିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା । ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ କ୍ଷେତ୍ରରେ, କୃଷି କ୍ଷେତ୍ରରେ ରୂପାନ୍ତର ଆଣିବ ବୋଲି ସେ ମତ ଦେବା ସହିତ କହିଥିଲେ ଯେ ଚାଷୀର ବିକାଶରେ ରାଜ୍ୟର ବିକାଶ। ବଲାଙ୍ଗୀର ଜିଲ୍ଲାର ବିକାଶରେ ଏହି ପ୍ରକଳ୍ପ ନୂଆ ଯୁଗ ଆଣିବ।
ସୂଚନାଯୋଗ୍ୟ ଯେ ଏହି ପ୍ରକଳ୍ପ ରାଜ୍ୟର ନବମ ସର୍ବବୃହତ ବନ୍ଧ । ଏହାର ଉଚ୍ଚତା ୩୧ ମିଟର। ଏହାଦ୍ବାରା ବଲାଙ୍ଗୀର ଓ ସୋନପୁର ଦୁଇ ଜିଲ୍ଲାର ୨୦୩ଟି ଗାଁ ର ଏକ ଲକ୍ଷ ଏକର ଜମିକୁ ପାଣି ମିଳିବ। ୮୦ହଜାର ରୁ ଅଧିକ ଚାଷୀ ଉପକାର ପାଇବେ । ଜିଲ୍ଲାର ୭୦ହଜାର ରୁ ଅଧିକ ଲୋକ ପିଇବା ପାଣି ସୁବିଧା ମଧ୍ୟ ପାଇବେ ଜ୍ଝ