ଅକ୍ଟୋବର ୧୭ରେ ହାଇଦ୍ରାବାଦ୍ ଇନଭେଷ୍ଟର୍ସ ମିଟରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶା କିପରି ସମୃଦ୍ଧ ହେବ । ଓଡ଼ିଶାରେ କିପରି ଅଧିକ ପୁଞ୍ଜିନିବେଶ ହେବ, ସେ ନେଇ ଅଣ୍ଟା ଭିଡିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ତାରିଖ ପର୍ୟ୍ୟନ୍ତ ଭୁବନେଶ୍ୱରରେ ‘ମେକ୍ ଇନ୍ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣ’ ନିମନ୍ତେ ଚଳିତ ମାସ ୧୭ ତାରିଖରେ ହାଇଦ୍ରାବାଦରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍’ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ। ଫିକ୍କି ସହଯୋଗରେ ହେବାକୁ ଥିବା ଇନଭେଷ୍ଟର୍ସ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ। ଦୁବାଇ, ଦିଲ୍ଲୀ, ମୁମ୍ବାଇ, ବାଙ୍ଗାଲୁରୁ ପରେ ହାଇଦ୍ରାବାଦରେ ଏହି କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ।

ଏ ସମ୍ପର୍କରେ ମିଳିଥିବା ସୂଚନା ଅନୁସାରେ, ନିବେଶକଙ୍କ ସହ ବୈଠକ ପରେ ନିବେଶକ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ। ସେଥିପାଇଁ ନିଜର ଜନ୍ମଦିନ ଅକ୍ଟୋବର ୧୬ ତାରିଖ ଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ଦିନ ହ୍ରାଇଦ୍ରାବାଦ ଅଭିମୁଖେ ଗସ୍ତ କରିବାର କାର୍ୟ୍ୟକ୍ରମ ରହିଛି। ହାଇଦ୍ରାବାଦର ହୋଟେଲ ତାଜ୍ କ୍ରିଷ୍ଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅକ୍ଟୋବର ୧୭ତାରିଖରେ ନିବେଶକ, ଶିଳ୍ପପତି ଓ ବିଭିନ୍ନ ବ୍ୟବସାୟିକ କମ୍ପାନୀର ପ୍ରତିନିଧିମାନଙ୍କୁ ସମ୍ବୋଧିତ କରିବାର କାର୍ୟ୍ୟକ୍ରମ ରହିଛି।

Leave A Reply

Your email address will not be published.