ନବ ଦାସଙ୍କ ଦ୍ୱାଦଶାହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଝାରସୁଗୁଡ଼ା (ଆମ ଟିଭି): ଆଜି ହେଉଛି ସ୍ୱର୍ଗତ ନବ ଦାସଙ୍କ ଦ୍ୱାଦଶାହ କ୍ରିୟା । ନବ ଦାସଙ୍କ ଦ୍ୱାଦଶାହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଝାରସୁଗୁଡା ସରବାହାଲର ହାଇସ୍କୁଲ ପଡିଆରେ ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରୁ ମିଳିଥିବା ସୂଚନା ମୁତାବକ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ମଧ୍ୟାହ୍ନ ୧୨ଟାରେ ଅବତରଣ କରିବେ । ସେଠାରୁ ହେଲିକପ୍ଟରରେ ଆସି ଅସ୍ଥାୟୀ ହେଲିପ୍ୟାଡ୍ରେ ୧୨.୧୫ରେ ଅବତରଣ କରି ନିକଟରେ ଥିବା ସରବାହାଲ ହାଇସ୍କୁଲ ପଡ଼ିଆକୁ ଯାଇ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେବେ ।

୨.୪୫ମି.ରେ ହେଲିକପ୍ଟରରେ ଝାରସୁଗୁଡା ବିମାନ ବନ୍ଦରକୁ ଯିବା ପରେ ଅପରାହ୍ଣ ୧ଟାରେ ବିମାନରେ ଭୁବନେଶ୍ୱର ଫେରିଯିବାର କାର୍ୟ୍ୟକ୍ରମ ରହିଛି । ଏହି ସଭାରେ ମନ୍ତ୍ରୀ, ପୂର୍ବତନ ମନ୍ତ୍ରୀ, ବିଧାୟକ, ବିରୋଧୀ ଦଳନେତା ଓ ସାଂସଦମାନେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି । ଶ୍ରଦ୍ଧାଞ୍ଜଳି ମଣ୍ଡପ ନିକଟରେ ନବ ଦାସଙ୍କ ବଡ଼ ବଡ଼ ହୋର୍ଡିଂ ସବୁ ଲାଗିବାର ବ୍ୟବସ୍ଥା ହୋଇଛି । ଏହି ଶ୍ରଦ୍ଧାଞ୍ଜଳି ସଭାରେ ୫୦ ହଜାରରୁ ଅଧିକ ଲୋକଙ୍କ ଖାଦ୍ୟର ବ୍ୟବସ୍ଥା କରାଯାଇଛି । ସେଥିପାଇଁ ୪୦ ରୁ ଅଧିକ କାଉଣ୍ଟର ବ୍ୟବସ୍ଥା ହୋଇଛି ।

Leave A Reply

Your email address will not be published.