ଅନୁଗୁଳ(ଆମ ଟିଭି): ଆଜି ଦିନିକିଆ ଅନୁଗୁଳ ଗସ୍ତରେ ଆସି ୨୪ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ୨୪୨ କୋଟିର ଋଣ ଡିଜିଟାଲ୍ ଲଞ୍ଚିଂ କରିଛନ୍ତି। ଏହାଦ୍ବାରା ୭୫ ହଜାରରୁ ଅଧିକ ମହିଳା ଉପକୃତ ହେବେ। ଅନୁଗୁଳ ଷ୍ଟାଡିୟମରେ ଆୟୋଜିତ ସଭାରେ ଏସଏଚଜି ସଦସ୍ୟାମାନେ ମୁଖ୍ୟମନ୍ତ୍ରୀ ସ୍ୱାଗତ କରିଥିଲେ।
ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସଂଗ୍ରାମ ଏମାଟିକୁ ଗୌରବାନ୍ବିତ କରିଛି। ଶିଳ୍ପ କ୍ଷେତ୍ରରେ ଅନୁଗୁଳ ଜିଲ୍ଲା ଢେର୍ ଆଗୁଆ। ଏହାର ବିକାଶ ଲାଗି ୮୦୦ କୋଟି ଟଙ୍କା ବିନିଯୋଗ କରାଯିବ। ଜିଲ୍ଲାର ୪୮ ଟି ପଞ୍ଚାୟତର ପାନୀୟ ଜଳଯୋଗାଣ ଲାଗି ସରକାର ୩୫୦ କୋଟିର ବ୍ୟବସ୍ଥା କରିଛନ୍ତି। ଏହାକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରି ମିଳିଛି। ଅନୁଗୁଳ ଓ ବଅଁରପାଳ ବ୍ଲକ୍ର ଲୋକମାନଙ୍କ ପାନୀୟ ଜଳ ସୁବିଧା ପାଇଁ ଦୁଇଟି ମେଗା ପ୍ରକଳ୍ପ ପ୍ରତିଷ୍ଠା ହେବ। ଏହାଦ୍ବାରା ଅନୁଗୁଳର ୧ ଲକ୍ଷ ୬୬ ହଜାର ଓ ବଅଁରପାଳର ୭୦ ହଜାର ଲୋକ ଉପକୃତ ହେବେ।