ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ, ତୁରନ୍ତ ତ୍ରୁଟି ସୁଧାରିବାକୁ ନିର୍ଦ୍ଦେଶ

0

ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ରେ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ତ୍ରୁଟି ସୁଧାରିବା ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିଷ୍ପତ୍ତି ନେଇଛନ୍ତି ।

ଏହି ପରିପ୍ରେକ୍ଷୀରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ତିନି ଜଣିଆ କମିଟି ଗଠନ କରାଯାଇ ଏହି ତ୍ରୁଟି ପାଇଁ କେଉଁ ଅଧିକାରୀ ବା ସଂସ୍ଥା ଦାୟୀ ତାହା ନିର୍ଣ୍ଣୟ କରିବା ପାଇଁ ବୈଠକରେ ମୁଖମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ୭ ଦିନ ମଧ୍ୟରେ ଏହି କମିଟି ରିପୋର୍ଟ ଦାଖଲ କରିବେ ଓ କମିଟିର ରିପୋର୍ଟ ଆଧାରରେ ଦାୟୀ ଅଧିକାରୀ ବା ସଂସ୍ଥା ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ।

Leave A Reply

Your email address will not be published.