ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ମେୟର ପାଇବେ ୫୦ ହଜାର

0

ଭୁବନେଶ୍ୱର (ଆମ ଟିଭି): ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ମହାନଗର ନିଗମ, ମ୍ୟୁନିସିପାଲିଟି ଓ ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ଭତ୍ତା ଓ ପାରିତୋଷିକ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମହାନଗର ନିଗମମାନଙ୍କର ମେୟରମାନେ ପୂର୍ବରୁ ପାରିତୋଷିକ ଭାବରେ ୮ ହଜାର ଟଙ୍କା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ମାସିକ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଡେପୁଟି ମେୟରମାନଙ୍କ ପାରିତୋଷିକ ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୫୦୦ ରୁ ୧୫ ହଜାର ଟଙ୍କାକୁ, ଉପାଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୨୦୦ ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଏନ୍‌.ଏ.ସି. ଅଧ୍ୟକ୍ଷମାନଙ୍କର ମାସିକ ପାରିତୋଷିକ ୧,୦୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ଏବଂ ଉପାଧ୍ୟକ୍ଷଙ୍କ ମାସିକ ପାରିତୋଷିକ ୮୦୦ ରୁ ୭,୫୦୦ ଟଙ୍କାକୁ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Leave A Reply

Your email address will not be published.