ଭୁବନେଶ୍ୱର (ଆମ ଟିଭି): ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ରାଜ୍ୟର ବିଭିନ୍ନ ଚିକିତ୍ସାଳୟର ଭିତ୍ତିଭୂମି ଗୁଡିକର ଉନ୍ନତିକରଣ କରାଯାଇ ସେଥିରେ ସମସ୍ତ ଆଧୁନିକ ଚିକିତ୍ସା ବ୍ୟବସ୍ଥା କରାଯାଉଛି । ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ଓଡ଼ିଶାରେ ଖୋଲିବ ଆଉ ୪ଟି ମେଡିକାଲ କଲେଜ । ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ ଓ ନବରଙ୍ଗପୁରରେ ହେବ ମେଡିକାଲ କଲେଜ । ବର୍ତ୍ତମାନ ୧୨ଟି ସରକାରୀ ମେଡିକାଲ କଲେଜ ରହିଛି । ବ୍ରହ୍ମପୁର ମେଡିକାଲ କଲେଜର ଉନ୍ନତି କରାଯାଇ ତାକୁ ଏମ୍ସ ପ୍ଲସ କରିବାକୁ ରହିଛି ପ୍ରସ୍ତାବ ଖୁବ୍ ଶୀଘ୍ର ହେବ କାର୍ଯ୍ୟକାରୀ । ରାଜ୍ୟର ତିନୋଟି ବୃହତ୍ତମ ମେଡିକାଲ କଲେଜ ଓ ହସ୍ପିଟାଲରେ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କ ପାଇଁ ହେବ ରହଣି ବ୍ୟବସ୍ଥା ।ରୋଗୀଙ୍କ ଆତ୍ମୀୟସ୍ଵଜନଙ୍କ ପାଇଁ ରାଜ୍ୟ ସରକାର ସୁଲଭ ମୂଲ୍ୟରେ ରହଣି ବ୍ୟବସ୍ଥା କରିବେ । ଏଥିପାଇଁ ପ୍ରାୟ ୨ ହଜାର ୨୫୦ ଶଯ୍ୟାର ସୁବିଧା କରାଯାଉଛି ।