ବର୍ଷେ ବଢିଲା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ

0

ଭୁବନେଶ୍ୱର (ଆମ ଟିଭି): ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢିଲା। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆଉ ବର୍ଷେ ବଢାଇଲେ ସରକାର । ଡିସେମ୍ବର ୩୧ରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରୁଥିଲା। ନୂଆ ସରକାରଙ୍କ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବାରେ ଓ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାରେ ମନୋଜ ବଡ ଭୂମିକା ଗ୍ରହଣ କରିଛନ୍ତି।

୧୯୯୦ ବ୍ୟାଚ୍‌ର ଏହି ଅଫିସର ପ୍ରଦୀପ ଜେନାଙ୍କ ପରେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ହୋଇଛନ୍ତି। ସେ କେନ୍ଦ୍ରରେ କୃଷି ମନ୍ତ୍ରାଳୟର ସଚିବ ଭାବେ କାମ କରିଛନ୍ତି । କେନ୍ଦ୍ର ସରକାରଙ୍କ ସାଧାରଣ ଅଭିଯୋଗ ଏବଂ ପ୍ରଶିକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ରାଜ୍ୟରେ ନୂଆ ସରକାର କ୍ଷମତାକୁ ଆସିବା ପରେ ତାଙ୍କୁ କେନ୍ଦ୍ରୀୟ ଡେପୁଟେସନରୁ ଫେରାଇ ଆଣିବାକୁ ଅନୁରୋଧ କରାଯାଇଥିଲା। ଏହାପରେ ସେ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।

Leave A Reply

Your email address will not be published.