ଲକ୍ଷ୍ମୀପୂଜାରେ ଆସୁଛି “ପ୍ରେମରେ ରିସ୍କ ହେଲା ମତେ ଇସ୍କ “

0

ଭୁବନେଶ୍ୱର (ଆମ ଟିଭି): ଲକ୍ଷ୍ମୀପୂଜାରେ ଆସୁଛି ନୂଆ ଓଡ଼ିଆ ସିନେମା | ୟୁ ଏସ ମୋସନ ପିକ୍ଚର୍ସ ଓ କେ ମୁରଲୀ କ୍ରିଷ୍ଣା ଫିଲ୍ମସ ମିଳିତ ସହଯୋଗରେ ମୁକ୍ତିଲାଭ କରିବାକୁ ଯାଉଛି “ପ୍ରେମରେ ରିସ୍କ ହେଲା ମତେ ଇସ୍କ |” ନିକଟରେ ଏହି ସିନେମାର ଅଡିଓ ରିଲିଜ ହୋଇସାରିଥିବା ବେଳେ ଲକ୍ଷ୍ମୀ ପୂଜାରେ ସିନେମା ମୁକ୍ତିଲାଭ କରିବ ବୋଲି ଆଜି ଭୁବନେଶ୍ବରସ୍ଥିତ ଆର୍ଯ୍ୟ ପ୍ୟାଲେସ ହୋଟେଲଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଯୋଜନା ସଂସ୍ଥା ତରଫରୁ ଘୋଷଣା କରାଯାଇଛି | 

ୟୁ ଏସ ମୋସନ ପିକ୍ଚର୍ସ ବ୍ୟାନରରେ ନିର୍ମିତ ଏହି ଚଳଚ୍ଚିତ୍ରର ପ୍ରଯୋଜନା ଦାଇତ୍ୱରେ ରହିଛନ୍ତି ସଞ୍ଜୟ ପାତ୍ର ଓ ଉମେଶ ସାହୁ | ସିନେମାର ନିର୍ଦ୍ଦେଶନା ଦେଇଛନ୍ତି କେ ମୁରଲୀ କ୍ରିଷ୍ଣା | ଡ଼ଃ ରଜନୀ ରଞ୍ଜନ ସିନେମାର ସଂଳାପ ଲେଖିଥିବା ବେଳେ ସଞ୍ଜୟ ଓ ସିତୁ 

ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି‌ ଓ‌ ଚିତ୍ରୋତ୍ତଳନ କରିଛନ୍ତି ନରେନ୍ଦ୍ର ଗୈ।ଡ । କ୍ରିଷ୍ଣା ବେଉରା, ହ୍ୟୁମାନ ସାଗର, ଅସୀମା ପଣ୍ଡା, କୁଳଦୀପ, ଅର୍ପିତା, ସତ୍ୟଜିତ, ନାଭ୍ୟା, ଲିପ୍ସା, ସୁଶାନ୍ତ ପ୍ରମୁଖ କଣ୍ଠଦାନ କରିଛନ୍ତି | ସତ୍ୟାନନ୍ଦ ନାୟକ, ଉମେଶ ସାହୁ, ଏମ ଜେବି ବଣ୍ଟି ଗୀତ ରଚନା କରିଥିବା ବେଳେ ସୁରୟନ ରଥ ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ।

ଶୈଳେନ୍ଦ୍ର ଓ ଦିବ୍ୟା ସିନେମାରେ ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି | ଟୁଲୁ, ଶୁଭ୍ରାଂଶୁ, ଚିନ୍ତାମଣୀ, ଅଞ୍ଜନା, ରବି ମିଶ୍ର, ରତନ ମେହେର, ବିଜୟ ବଳ,କାଳିଆ ଷଣ୍ଢ ପ୍ରମୁଖ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି | ଶିଶୁ କଳାକାର ଭାବେ ଆଲିଆ, ତାପସ ଓ ଆୟୁଷ ଦମଦାର ଅଭିନୟ କରିଛନ୍ତି | ଆଗାମୀ ଲକ୍ଷ୍ମୀପୂଜାରେ ସିନେମା ମୁକ୍ତିଲାଭ କରିବ ବୋଲି କ୍ରିଏଟିଭ ହେଡ଼ ପ୍ରଣୟ ଜେଠୀ ସୂଚନା ଦେଇଛନ୍ତି |

Leave A Reply

Your email address will not be published.