ନୂଆଦିଲ୍ଲୀ (ଆମ ଟିଭି): କରୋନା ଦିନକୁ ଦିନ ବ୍ୟାପିବାରେ ଲାଗିଛି । ଉପରମୁହାଁ ହେଲାଣି କରୋନା ଗ୍ରାଫ୍ । ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ପାର୍ । ୨୪ ଘଣ୍ଟାରେ ୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ହୋଇଛି । ଏବେ ୪୦୨୬ରହିଛି କରୋନା ଆକ୍ଟିଭ କେସ ।
କେରଳରେ ସର୍ବାଧିକ ୧୪୧୬ କରୋନା ସଂକ୍ରମିତ ଅଛନ୍ତି । ସେହିପରି ମହାରାଷ୍ଟ୍ରରେ ୪୯୪ ସଂକ୍ରମିତ ଥିବା ଜଣାଯାଇଛି । ପଶ୍ଚିମବଙ୍ଗରେ ୩୭୨, ଦିଲ୍ଲୀ ୩୯୩, ଗୁଜରାଟରେ ୩୯୭, ମହାରାଷ୍ଟ୍ରରେ ୪୯୪, ତାମିଲନାଡୁ ୨୧୫, ଉତ୍ତର ପ୍ରଦେଶରେ ୧୩୮ ଜଣ ମଧ୍ୟ ସଂକ୍ରମଣ ବୃଦ୍ଧି ଚିନ୍ତାର କାରଣ ପାଲଟିଛି ।
ଓଡ଼ିଶାରେ ୧୫ରେ ପହଞ୍ଚିଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା। କୋଭିଡ ସଂକ୍ରମଣ ବଢୁଥିବା ବେଳେ ମୁକାବିଲା ପାଇଁ କେନ୍ଦ୍ର ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି। ଡାକ୍ତରଖାନାରେ ଯଥେଷ୍ଟ ପରିମାଣର ଆଇସିୟୁ ବେଡ ଓ ଅକ୍ସିଜେନ ସିଲିଣ୍ଡର ମହଜୁଦ ରହିଛି । ଜନଗହଳି ସ୍ଥାନରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି।
JN.1 ପ୍ରକାରର ସବୁଠାରୁ ବଡ଼ ସମସ୍ୟା ହେଉଛି ଏହା ଲୋକଙ୍କ ମଧ୍ୟରେ ବହୁତ ଶୀଘ୍ର ବ୍ୟାପିଥାଏ । ଏଥିରେ ଏକ ଅତିରିକ୍ତ ପରିବର୍ତ୍ତନ ଅଛି ଯାହା ଏହାକୁ କୋଷଗୁଡିକରେ ପ୍ରବେଶ କରିବାରେ ଏବଂ ରୋଗ ପ୍ରତିରୋଧକ ଶକ୍ତିକୁ ଦୁର୍ବଳ କରିବାରେ ସାହାଯ୍ୟ କରିଥାଏ । JN.1 ପ୍ରକାର ଏତେ ବିପଜ୍ଜନକ ନୁହେଁ ଏବଂ ଲୋକଙ୍କୁ ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି ଅନେକ ଡାକ୍ତର କହିଛନ୍ତି ।