ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

0

ଭୁବନେଶ୍ୱର (ଆମ ଟିଭି): ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ଓଡିଶାର ୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେହିପରି ଉତ୍ତର ଓଡିଶା ଓ ପଶ୍ଚିମ ଓଡିଶାର ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷାର ପୂର୍ବନୁମାନ କରିଛି ପାଣିପାଗ ବିଭାଗ ।

ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ସେହିଭଳି ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ‌ସୁବର୍ଣ୍ଣପୁର ଓ ସମ୍ବଲପୁର ଆଦି ଜିଲ୍ଲାରେ ୭୦ରୁ ୧୧୦ ମିମି ବର୍ଷା ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

 

Leave A Reply

Your email address will not be published.