ବାଂଲାଦେଶ ଯିବ ବାତ୍ୟା: ଓଡ଼ିଶା ଉପକୂଳରେ ବର୍ଷା ସମ୍ଭାବନା

0

ଭୁବନେଶ୍ୱର(ଆମ ଟିଭି): ରାଜ୍ୟକୁ  ଘାରିଛି ଏବେ ବାତ୍ୟା ଭୟ। ଏହାରି ଭିତରେ ଏକ ଆଶ୍ୱସ୍ତିକର ଖବର ଆସିଛି ଯେ ଓଡ଼ିଶାକୁ ନାହଁ ବାତ୍ୟା । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତରେ ପରିଣତ ହୋଇଛି । ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଆସନ୍ତାକାଲି ବାତ୍ୟାର ରୂପ ନେବ। ଏହାର ପ୍ରଭାବରେ ଆଜି ଘଣ୍ଟାପ୍ରତି ୧୭ କିମି ବେଗରେ ଗତି କରୁଛି ଗଭୀର ଅବପାତ। ଏବେ ବିଶାଖାପାଟଣାରୁ ୩୯୦,ପାରାଦୀପରୁ ୩୨୦ କିମି ଦୂରରେ ରହିଛି।

ଦୀଘାରୁ ୪୬୦ ଓ ବାଂଲାଦେଶ ଖେପୁପଡାରୁ ୬୧୦ କିମି ଦୂରରେ ଅଛି। କାଳକ୍ରମେ ଏହା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ବାତ୍ୟା ରୂପ ନେବ। ପରବର୍ତ୍ତୀ ୨୪ ଘଣ୍ଟାରେ ବାତ୍ୟା ରୂପ ନେଇ ବାଂଲାଦେଶ ଉପକୂଳ ମୁହାଁ ହେବ। ୧୮ ତାରିଖ ସକାଳେ ବାଂଲାଦେଶର ମଙ୍ଗଲା-ଖେପୁପଡା ମଧ୍ୟରେ ଉପକୂଳ ଛୁଇଁବ। ଉପକୂଳ ଛୁଇଁବା ବେଳେ ୫୫ରୁ ୭୫ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

Leave A Reply

Your email address will not be published.