ବିପଦ ସଙ୍କେତ ଟପିଲା ଜଳକାର ଜଳସ୍ତର

0

ଭୁବନେଶ୍ୱର (ଆମ ଟିଭି): ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁଁ ରାଜ୍ୟରେ ଜ।।ରି ରହିଛି ପ୍ରବଳ ବର୍ଷା । ଏହାରି ଭିତରେ ବିପଦ ସଙ୍କେତ ଉପରେ ଜଳକା ନଦୀର ଜଳସ୍ତର । ନଦୀର ମଥାନୀ ଠାରେ ବିପଦ ସଙ୍କେତ ୫ଦଶମିକ ୫୦ ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧିପାଇ ୬ଦଶମିକ ୩୨ ମିଟରରେ ପ୍ରବାହିତ ହେଉଛି । ଲଘୁଚାପ ଜନିତ ଲଗାଣ ବର୍ଷା ଯେଗୁଁ ନଦୀର ଜଳସ୍ତର ବୃଦ୍ଧି ପାଉଛି । ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଅଶଙ୍କାରେ ଭୟଭୀତ ଅଛନ୍ତି ନଦୀକୂଳିଆ ଲୋକେ ।

ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦା, ମୋରଡା, ଚିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବଢ଼ୁଛି ନଦୀର ଜଳସ୍ତର । ଲଘୁଚାପ ସକ୍ରିୟ ଥିବାରୁ ଆହୁରି ଦୁଇଦିନ ବର୍ଷା ହେବାର ସମ୍ଭାବନା ରହିଛି । ଯଦି ବନ୍ୟା ହୁଏ ବସ୍ତା ଏବଂ ସଦର ବ୍ଲକର ପାଖାପାଖି ୧୨ଟି ପଞ୍ଚାୟତର ଚାଷ କ୍ଷତି ହେବାର ଆଶଙ୍କା ରହିଛି । ପତ୍ରଝଡ଼ା ପଞ୍ଚାୟତ ନିକଟରେ ବାଲି ମାଫିଆ ମାନେ ସକ୍ରିୟ ଥିବାରୁ ନଦୀ କୂଳ ଖାଉଛି ।

Leave A Reply

Your email address will not be published.