ବିମୁଦ୍ରୀକରଣ ନୀତି ଠିକ୍ ଥିଲା: ସୁପ୍ରିମକୋର୍ଟ

0

ନୂଆଦିଲ୍ଲୀ (ଆମ ଟିଭି): ବିମୁଦ୍ରୀକରଣ ନୀତି ଠିକ୍ ଥିଲା । ଏକଥା କହିଛନ୍ତି ଖୋଦ୍ ସୁପ୍ରିମକୋର୍ଟ । ଏହି ବିମୁଦ୍ରୀକରଣ ଦ୍ୱାରା କଳାଧନ, ସହ ନକଲି ନୋଟ୍ କାରବାର, ଆତଙ୍କବାଦୀ ସଙ୍ଗଠନକୁ ଆର୍ଥିକ ସହାୟତା ଓ ଟିକସ ଠକେଇ ମାମଲାକୁ ନିୟନ୍ତ୍ରଣ କରାଯାଇପାରିଛି । ଉପରେ ବିଚାର କରି ଆଜି ସୁପ୍ରିମକୋର୍ଟ ଏପରି ନିଷ୍ପତ୍ତି ଶୁଣାଇଛନ୍ତି । ୫୮ ଟଇ ପିଟିସନ୍ ଉପରେ ଶୁଣାଣି କରି ୫ଜଣିଆ ଖଣ୍ଡପୀଠ ଆଜି ଏହି ଶୁଣାଣି କରିଛନ୍ତି ।

ସୂଚନା ମୁତାବକ, ୬ ବର୍ଷ ତଳେ ଅର୍ଥାତ୍ ୨୦୧୬ ମସିହା ନଭେମ୍ବର ୮ ତାରିଖରେ କେନ୍ଦ୍ର ସରକାର ଦେଶରେ ପ୍ରଚଳିତ ୫୦୦ ଓ ୧ହଜାର ଟଙ୍କିଆ ନୋଟ୍ ଅଚଳ କରିବାକୁ ଘୋଷଣା କରିଥିଲେ । କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆଗତ ୫୮ଟି ପିଟିସନର ଏକାଠି ଶୁଣାଣି କରି ସୁପ୍ରିମକୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି ।

ବିମୁଦ୍ରାକରଣ ସଂକ୍ରାନ୍ତ ସମସ୍ତ ତଥ୍ୟ ଦାଖଲ କରିବାକୁ ସୁପ୍ରିମକୋର୍ଟ ଗତ ଡିସେମ୍ବର ୭ ତାରିଖରେ କେନ୍ଦ୍ର ସରକାର ଓ ଆରବିଆଇକୁ ନିର୍ଦ୍ଦେଶ ଦେବା ସହ ରାୟ ସଂରକ୍ଷିତ ରଖିଥିଲେ । କେନ୍ଦ୍ର ସରକାରଙ୍କ ବିମୁଦ୍ରୀକରଣ ଘୋଷଣାକୁ ବିଭିନ୍ନ ରାଜନୈତିକ ଦଳ ଓ ଅର୍ଥନୀତିଜ୍ଞ ବିରୋଧ କରିଥିଲେ ।

Leave A Reply

Your email address will not be published.