ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଖୁବ୍‌ଶୀଘ୍ର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

0

ଭୁବନେଶ୍ୱର (ଆମ  ଟିଭି); ବୁଧବାର ଅର୍ଥାତ୍‌ ୯ ତାରିଖରେ ସୁଭଦ୍ରା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ୫୦୦୦ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ତେବେ ଖୁବ୍‌ଶୀଘ୍ର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏଯାବତ୍‌ ୧ କୋଟି ୫୦ ହଜାର ମହିଳା ରେଜିଷ୍ଟ୍ରେଶନ କରିସାରିଛନ୍ତି। ୨ଟି ପର୍ଯ୍ୟାୟରେ ମୋଟ୍‌ ୬୦ ଲକ୍ଷ ମହିଳାଙ୍କୁ ସହାୟତା ରାଶି ମିଳିସାରିଛି।

ଖୁବ୍‌ଶୀଘ୍ର ତୃତୀୟ ପର୍ଯ୍ୟାୟରେ ବାକି ହିତାଧିକାରୀଙ୍କୁ ଟଙ୍କା ଦେବୁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏନ୍‌ପିସିଆଇ କ୍ଲିୟରାନ୍ସ ପରେ ଆଜି ୩୫ ଲକ୍ଷ ମହିଳାଙ୍କୁ ଟଙ୍କା ଦିଆଯାଇଛି। କୌଣସି ଯୋଗ୍ୟ ହିତାଧିକାରୀଙ୍କ ଆବେଦନପତ୍ର ଖାରଜ କରାଯିବନି। ଘରକୁ ଘର ଯାଇ, ବ୍ଲକ ବା ଜିଲା ପ୍ରଶାସନ ଜରିଆରେ ଯୋଗ୍ୟ କରିବୁ। ଯେଉଁମାନେ ନ ପାଇ ୨ ଥର ଆବେଦନ କରୁଛନ୍ତି, ସେମିତି କରିବା ଅନାବଶ୍ୟକ। ଆଉ ଆବେଦନ ନ କରି କଣ ତ୍ରୁଟି ଅଛି ତାକୁ ସଂଶୋଧନ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ଖୁବ୍‌ଶୀଘ୍ର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ବୋଲି ସେ କହିଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଯଦି ଆପଣ ସୁଭଦ୍ରାରେ ଅକ୍ଟୋବର ୭ ଭିତରେ ଆପ୍ଲାଏ କରିଛନ୍ତି ସେମାନଙ୍କ ଆକାଉଣ୍ଟକୁ ଆଜି ଟଙ୍କା ଆସିବ। ଯଦି ଟଙ୍କା ଆସିନାହିଁ ତେବେ ସୁଭଦ୍ରା ଯୋଜନା ଫର୍ମରେ ଥିବା ଆପ୍ଲିକେସନ ନମ୍ବର ରସିଦ ନେଇ ଜନ ସେବା କେନ୍ଦ୍ରରେ ନିଜର ଷ୍ଟାଟସ ଦେଖନ୍ତୁ । ଯାହା ଫଳରେ ଆପଣଙ୍କ ଆବେଦନ ପେଣ୍ଡିଙ୍ଗ ଅଛି କି ରିଜେକ୍ଟ ହୋଇଛି ଜଣା ପଡିବ। ଯେଉଁମାନେ ଆବେଦନ କରିଛନ୍ତି ସରକାର ସମସ୍ତଙ୍କର ଭେରିଫିକେସନ କରିବେ। ଯଦି ପ୍ରଥମ କିସ୍ତି ଯାଇ ନ ଥିବ ତେବେ ମାର୍ଚ୍ଚ ୮ରେ ସମସ୍ତଙ୍କୁ ଏକକାଳୀନ ୨ଟି କିସ୍ତି ଟଙ୍କା ମିଳିବ।

Leave A Reply

Your email address will not be published.