ଧାମନଗର ଉପନିର୍ବାଚନ: ୩ଜଣିଆ ପ୍ରାର୍ଥୀ ଚୟନ କମିଟି ଗଠନ କଲା କଂଗ୍ରେସ

0

ଭୁବନେଶ୍ୱର (ଆମ ଟିଭି): ଧାମନଗର ଉପନିର୍ବାଚନ ପାଇଁ ସବୁ ରାଜନୈତିକ ଦଳ ଅଣ୍ଟା ଭିଡିଲେଣି । ବିଜେଡି ଓ ବିଜେପି ଜୋରସୋରରେ ପ୍ରସ୍ତୁତି ଆରମ୍ଭ କରିବାରେ ଲାଗିଛନ୍ତି । ଏହାରି ଭିତରେ କଂଗ୍ରେସ ମଦ୍ୟ ପଛରେ ପଡ଼ିନାହିଁ, ଧାମନଗର ଉପନିର୍ବାଚନ ନିମନ୍ତେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଚୟନ କରିବା ପାଇଁ ପିସିସି ପକ୍ଷରୁ କମିଟି ଗଠନ କରାଯାଇଛି। ପିସିସି ସଭାପତି ଶରତ ପଟ୍ଟନାୟକ ଏକ କମିଟି ଗଠନ କରିଛନ୍ତି।

କମିଟିରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଓ ଶରତ ରାଉତ ରହିଛନ୍ତି। ଏହି କମିଟି ଖୁବ୍ଶୀଘ୍ର ଧାମନଗର ଗସ୍ତ କରି ସ୍ଥାନୀୟ କଂଗ୍ରେସ ନେତୃବୃନ୍ଦ, ଜିଲ୍ଲା କଂଗ୍ରେସ ସଭାପତି, ଜିଲ୍ଲା ସାମ୍ମୁଖ୍ୟ, ବିଭାଗ ଓ ପ୍ରକୋଷ୍ଠର ମୁଖ୍ୟ ଏବଂ ସମାଜର ବିଭିନ୍ନ ବର୍ଗର ଲୋକମାନଙ୍କ ସହ ସାକ୍ଷାତ ଆଲୋଚନା କରି ବିଜୟୀ ସମ୍ଭାବନା ଥିବା ପ୍ରାର୍ଥୀଙ୍କ ନାମ ଆସନ୍ତା ୮ ତାରିଖ ସୁଦ୍ଧା ପ୍ରଦେଶ କଂଗ୍ରେସ କମିଟିକୁ ପ୍ରଦାନ କରିବ।

Leave A Reply

Your email address will not be published.