ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ ଲୋକାର୍ପଣ କଲେ ଧାର୍ମେନ୍ଦ୍ର ପ୍ରଧାନ

0

ନୂଆଦିଲ୍ଲୀ(ଆମ ଟିଭି): ପୁରୀରେ ହେଲା ରାଷ୍ଟ୍ରୀୟ ବେଦ ବିଦ୍ୟାଳୟ । ପୁରୀସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀସଦାଶିବ କ୍ୟାମ୍ପସ ପରିସରରେ ଦେଶର ଦ୍ୱିତୀୟ ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ ଓ ହିନ୍ଦୁ ଅଧ୍ୟୟନ କେନ୍ଦ୍ରକୁ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଲୋକାର୍ପଣ କରିଛନ୍ତି। ଆୟୋଜିତ ସଭାରେ ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି, ୨୦୨୨-୨୩ ଶିକ୍ଷା ବର୍ଷରେ ଶ୍ରୀସଦାଶିବ କ୍ୟାମ୍ପସ ପରିସରରେ ଆରମ୍ଭ ହେବାକୁ ଯାଉ ଥିବା ବେଦ ବିଦ୍ୟାଳୟରେ ବେଦ ଭୁଷଣ ଚତୁର୍ଥ, ବେଦ ବିଭୂଷଣ ପଞ୍ଚମ ତଥା ବେଦ ବିଭୁଷଣ ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀରେ ଯୋଗ୍ୟତାକୁ ଆଧାର କରି ପ୍ରବେଶ ଦିଆଯିବ।

ଛାତ୍ରମାନଙ୍କ ଆବାସ ଓ ଭୋଜନର ବ୍ୟବସ୍ଥା ଛାତ୍ରାବାସରେ ନିଶୁଳ୍କ ରହିବ। ଏହି ଆଦର୍ଶ ବେଦ ବିଦ୍ୟାଳୟରେ ବୈଦିକ ସଂସ୍କୃତି ଓ ଜ୍ଞାନର ଅନୁରୂପ ଛାତ୍ରମାନେ ନିର୍ଦ୍ଧାରୀତ ପାରମ୍ପରିକ ବେଶଭୂଷା ପରିଧାନ ଏବଂ ଉଚ୍ଚ ଅନୁଶାସନରେ ରହି ଅଧ୍ୟୟନ କରିବେ। ଛାତ୍ରମାନଙ୍କୁ ବେଦ ଅଭ୍ୟାସ ସହିତ ସଂସ୍କୃତ, ଯୋଗ, ବିଜ୍ଞାନ, ଗଣିତ, ବୈଦିକ ଗଣିତ, ସାମାଜିକ ବିଜ୍ଞାନ, ଇଂରାଜୀ ଭାଷା, କମ୍ଫ୍ୟୁଟର ଓ କୃଷି ବିଦ୍ୟା ଭଳି ବିଷୟରେ ଅଧ୍ୟୟନ ଅଭ୍ୟାସ କରାଯିବ। ଏହାଛଡା କୌଶଳ ଉପରେ ଆଧାରିତ ବିଭିନ୍ନ ପାଠ୍ୟକ୍ରମ ଆରମ୍ଭ କରାଯିବାର ଲକ୍ଷ୍ୟ ରଖାଯାଇଛି। ଅନୁରୂପ ଭାବରେ ଛାତ୍ରମାନେ ଋଗବେଦ, ଯଜୁର୍ବେଦ, ସାମବେଦ ଓ ଅର୍ଥବ ବେଦର ଗୋଟିଏ ଗୋଟିଏ ଶାଖାରେ ଛାତ୍ରମାନଙ୍କ ଉପଲବ୍ଧତା ଆଧାରରେ ପ୍ରବେଶ ଦିଆଯିବ।

Leave A Reply

Your email address will not be published.