ନିରାଶ କଲା ମୌସୁମୀ, ବିଳମ୍ବରେ ଓଡ଼ିଶା ଛୁଇଁବ

0

ଭୁବନେଶ୍ୱର(ଆମ ଟିଭି): ଏଥର ବିଳମ୍ୱରେ ଓଡ଼ିଶା ଛୁଇଁବ ମୌସୁମୀ । ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଆକଳନ କରିଛି। ଆଇଏମଡିର ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି କହିଛନ୍ତି ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଛୁଇଁବ ନାହିଁ ମୌସୁମୀ । ସାଧାରଣତ ଜୁନ ୧୨ ରୁ ୧୫ ମଧ୍ୟରେ ମୌସୁମୀ ଓଡିଶା ଛୁଇଁଥାଏ । ବର୍ତ୍ତମାନ ଉତ୍ତର ପଶ୍ଚିମ ପବନ ପାଇଁ ମୌସୁମୀ ବିଳମ୍ବ ହେଉଛି । ଫଳରେ ରାଜ୍ୟରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଗ୍ରୀଷ୍ମ ପ୍ରବାହ ଲାଗି ରହିବ ବୋଲି ଅନୁମାନ ଲଗାଇଛି ପାଣିପାଗି ବିଭାଗ । ପାଣିପାଗ ବିଭାଗର ପୂର୍ବାନୁମାନ ମୁତାବକ ଆଜି ଓ କାଲି ଦୁଇ ଦିନ ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିବ । ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରେ ପ୍ରଚଣ୍ଡ ତାତି ଅନୁଭୂତ ହେବ।

ଶ୍ରୀ ଜେନାମଣି ଆହୁରି କହିଛନ୍ତି, ବଙ୍ଗୋପସାଗରର ଅଧିକାଂଶ ଅଞ୍ଚଳକୁ ମୌସୁମୀ ଛୁଇଁଲାଣି। ଦକ୍ଷିଣ ଭାରତରେ ବି ମୌସୁମୀର ଅଗ୍ରଗତି ଉତ୍ସାହଜନକ ରହିଛି। ଦକ୍ଷିଣ ମହାରାଷ୍ଟ୍ର, ଉତ୍ତର କର୍ଣ୍ଣାଟକ ଓ ଆନ୍ଧ୍ର ପ୍ରଦେଶର କିଛି ଅଞ୍ଚଳରେ ୫ ଦିନ ଭିତରେ ମୌସୁମୀ ଛଇଁବ।

Leave A Reply

Your email address will not be published.