ହାଥରସ୍ ଦଳାଚକଟା ଘଟଣାରେ ଜିଲ୍ଲା ପ୍ରଶାସନର ତଦନ୍ତ ଆରମ୍ଭ; ଆଶ୍ରମରେ ପହଞ୍ଚି ତନାଘନା ଆରମ୍ଭ କଲା ପୋଲିସ୍

0

ନୂଆଦିଲ୍ଲୀ(ଆମ ଟିଭି): ଉତ୍ତରପ୍ରଦେଶ ହାଥରସ ଦଳା ଚକଟା ଘଟଣାରେ ଜିଲ୍ଲା ପ୍ରଶାସନ ତଦନ୍ତ ଆରମ୍ଭ କରିଛି। ମୁଖ୍ୟ ସେବାଦାର ଦେବପ୍ରକାଶ ମଧୁକର ଓ ଆୟୋଜକଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଭାରତୀୟ ନ୍ୟାୟ ସଂହିତା ଆଇନ ଅନୁଯାୟୀ ଧାରା ୧୦୫, ୧୧୦, ୧୨୬,୨୨୩ ଓ ୨୩୮ ଅନୁଯାୟୀ ମାମଲା ରୁଜୁ କରାଯାଇଛି। ବଡ଼ କଥା ହେଉଛି, ୮୦ହଜାର ଲୋକଙ୍କ ପାଇଁ ଅନୁମତି ନିଆଯାଇଥିବା ବେଳେ ସତସଙ୍ଗରେ ୨ଲକ୍ଷରୁ ଅଧିକ ଲୋକ ଏକତ୍ରିତ ହୋଇଥିବା ଏଫଆଇଆରରେ ଉଲ୍ଲେଖ ହୋଇଛି।

ଏହାସହ ଭୋଲେ ବାବାଙ୍କ ଆଶ୍ରମରେ ପହଞ୍ଚି ତନାଘନା ଆରମ୍ଭ କରିଛି ପୋଲିସ। ସେହିପରି ଆହ୍ଲାବାଦ ହାଇକୋର୍ଟରେ ଆଇନଜୀବୀ ଗୌରବ ଦ୍ବିବେଦୀ ସିବିଆଇ ତଦନ୍ତ ଦାବି କରି ଜନସ୍ବାର୍ଥ ମାମଲା ଦାୟର କରିଛନ୍ତି। ୟୁପି ସିକନ୍ଦରାବାଦ ନିକଟ ଫୁଲେର ଗାଁରେ ସତସଙ୍ଗ ଚାଲିଥିଲା ବେଳେ ଦଳାଚକଟାରେ ୧୨୧ ଜଣଙ୍କ ମୃତ୍ୟୁ ହୋଇଛି। ୟୁପିର ସକର ବିଶ୍ବହରି ବାବା ଓରଫ ଭୋଲେ ବାବାଙ୍କ ସତସଙ୍ଗ କାର୍ଯ୍ୟକ୍ରମରେ ଏଭଳି ଘଟଣା ଘଟିଛି। ମୃତକ ମାନଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ରହିଥିବା ଜଣାପଡିଛି।

Leave A Reply

Your email address will not be published.