ଭୁବନେଶ୍ୱର (ଆମ ଟିଭି): ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୫ରୁ ୨୭ତାରିଖ ପର୍ୟ୍ୟନ୍ତ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ଏହି ଅବସରରେ ରାଷ୍ଟ୍ରପତି ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବାକୁ ଥିବାରୁ ସୋମବାର ଦିନ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସଭା ଭବନରେ ଏନେଇ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଗତ ମେ’ ମାସରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସିଥିବାବେଳେ ବାରିପଦାର ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଉଦ୍ବୋଧନ ଦେବାବେଳେ ଦୀର୍ଘ ସମୟ ପର୍ୟ୍ୟନ୍ତ ଲାଇନ୍ କଟିଥିଲା। ଏନେଇ ଓଡ଼ିଶା ଜାତୀୟ ସ୍ତରରେ ନିନ୍ଦିତ ହୋଇଥିଲା। ତେଣୁ ଏଥର ରାଷ୍ଟ୍ରପତିଙ୍କ ସମସ୍ତ କାର୍ୟ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି।