ଭୁବନେଶ୍ୱର (ଆମ ଟିଭି): ବୋରୱେଲରୁ ଉଦ୍ଧାର ହୋଇଥିବା ବୃଦ୍ଧାଙ୍କୁ ହସ୍ପିଟାଲରେ ମୃତ ଘୋଷଣା କରାଯାଇଛି। ଗଭୀର ବୋରୱେଲରୁ ଉଦ୍ଧାର ପରେ ବୃଦ୍ଧାଙ୍କୁ ସୋନପୁର ସରକାରୀ ଡାକ୍ତରଖାନାକୁ ତାଙ୍କୁ ନିଆଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି । ପ୍ରାୟ ୩ଘଣ୍ଟାର କଠିନ ପରିଶ୍ରମ ପରେ ବୃଦ୍ଧ ମହିଳାଙ୍କୁ ଉଦ୍ଧାର କରିଥିଲା ଅଗ୍ନିଶମ ବିଭାଗ । ବୃଦ୍ଧାଙ୍କ ପାଖରେ ଏକ ଗାତରେ ସାପ ଥିଲା। ସାପ କାମୁଡ଼ିବାରୁ ବୃଦ୍ଧାଙ୍କର ମୃତ୍ୟୁ ହୋଇଥିବାର ଆଶଙ୍କା କରାଯାଉଛି। ଏନେଇ ତଦନ୍ତ ହେବ ବୋଲି ସୋନପୁର ଏସପି କହିଛନ୍ତି।
ଗତକାଲି ରାତିରୁ ବୃଦ୍ଧ ମହିଳା ୨୦ ଫୁଟ ତଳେ ଥିବା ସୂଚନା ମିଳିଥିଲା। ସୋନପୁର ଓ ତରଭା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଥିଲେ। ବୃଦ୍ଧାଙ୍କ ପାଖରେ ଅକ୍ସଜେନ୍ ପଠାଯାଇଥିଲା। ଆଉ ଏକ ଗାତ ଖୋଳା ଯାଇ ବୃଦ୍ଧାଙ୍କୁ ଉଦ୍ଧାର କରାଯାଇଥିଲା ।