ଜୁନ ୪ ନବୀନ ସରକାରଙ୍କ ଏକ୍ସପାଏରୀ ଡେଟ୍: ମୋଦି
ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ଏକ ସାକ୍ଷାତକାରରେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି। ସବୁଠୁ ଚିନ୍ତାର ବିଷୟ, ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖାଯାଇଛି। ଓଡ଼ିଶା ସେହି ବନ୍ଧନରୁ ବାହାରିଲେ ସମୃଦ୍ଧ ହେବ ମୋଦି କହିଛନ୍ତି।
ମୋଦି ଆହୁରି ମଧ୍ୟ କହିଛନ୍ତି, ଓଡ଼ିଶା ପ୍ରାକୃତିକ ସଂପଦରେ ଭରପୂର, କିନ୍ତୁ ଲୋକେ ଗରିବ। ଏଥିପାଇଁ ରାଜ୍ୟ ସରକାର ଦାୟୀ, ଲୋକଙ୍କୁ ନ୍ୟାୟ ମିଳୁନି। ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି। ଓଡ଼ିଶାର ଭାଗ୍ୟ ବଦଳିବ, ସେଠାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛ। ଜୁନ ୪ ବର୍ତ୍ତମାନର ଓଡ଼ିଶା ସରକାରଙ୍କ ଏକ୍ସପାଏରୀ ତାରିଖ। ଜୁନ ୧୦ରେ ଓଡ଼ିଶାରେ ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବେ।