ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ, ୧୦ ମୃତ୍ୟୁ

0

ଭୋପାଳ (ଆମ ଟିଭି): ମଧ୍ୟପ୍ରଦେଶ ଜବଲପୁର ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୧୦ ଜଣଙ୍କ ମୃତ୍ୟୁ । ଜବଲପୁର ନ୍ୟୁଲାଇଫ ମଲ୍ଟିସ୍ପେଶାଲିଟି ହସ୍ପିଟାଲରେ ନିଆଁ ଲାଗିବାରୁ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନାମିଳିଛି । ଆଉ କିଛି ଲୋକ ଗୁରୁତର ଆହତ ହୋଇଛନ୍ତି । ଘଟଣାସ୍ଥଳକୁ ଅଗ୍ନିଶମ ବାହିନୀକୁ ପଠାଯାଇଛି। ଜବଲପୁର ଜିଲ୍ଲା ଆଲିଆ ରାଜା କହିଛନ୍ତି ଯେ ଏହି ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି ।

ହସ୍ପିଟାଲ୍ରେ ଏବେ ବି ଅନେକ ରୋଗୀ ଓ କର୍ମଚାରୀ ଫସି ରହିଛନ୍ତି । ଉଦ୍ଧାରକାରୀ ଦଳ ପକ୍ଷରୁ ଉଦ୍ଧାର କାର୍ୟ୍ୟ ଜାରି ରହିଛି । ଏଥିରେ ଲୋକେ ଆହତ ମଧ୍ୟ ହୋଇଛନ୍ତି । ତେବେ ଏନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘଟଣାକୁ ନେଇ ଦୁଃଖପ୍ରକାଶ କରିଛନ୍ତି । ସେପଟେ ମୃତକଙ୍କ ପରିବାର ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ । ସେହିଭଳି ଆହତଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.