ହେମନ୍ତ ସରକାରର ଆଜି ଫ୍ଲୋର୍ ଟେଷ୍ଟ । ମନ୍ତ୍ରୀମଣ୍ଡଳର ମଧ୍ୟ ହେଇପାରେ ବିସ୍ତାର ।
ଆଜି ବିଧାନସଭା ବହୁମତର ପ୍ରମାଣ ଦେବେ ହେମନ୍ତ ସୋରେନ୍ । ଝାଡଖଣ୍ଡରେ ସରକାର ଗଠନ କରିଥିବା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାର ଆଜି ବିଧାନସଭାରେ ଶକ୍ତି ପରୀକ୍ଷା ହେବ । ତେବେ ଏଥିପାଇଁ ଝାଡଖଣ୍ଡ ରାଜନୀତି ସରଗରମ ହେଇଛି । ଆଉ ଉଭୟ ଶାସକ ଓ ବିରୋଧୀ ଏଥିପାଇଁ ରଣନୀତି ମଧ୍ୟ ପ୍ରସ୍ତୁତ କରିଛନ୍ତି ।
ଗତକାଲି ଶାସକ ଦଳର ବିଧାୟକମାନେ ବସି ଆଲୋଚନା କରିଥିଲେ । ଏହି ବୈଠକରେ ବହୁମତ ପରୀକ୍ଷା ଏବଂ କ୍ୟାବିନେଟ୍ ସମ୍ପ୍ରସାରଣ ନେଇ ଆଲୋଚନା ହେଇଥିବା ଜଣାପଡିଛି । ଅନ୍ୟପଟେ ଝାଡଖଣ୍ଡରେ ବିରୋଧୀ ଆସନରେ ବସିଥିବା ବିଜେପି ମଧ୍ୟ ସରକାରକୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ।