ବଡ଼ଦେଉଳରେ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

0

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି । ବୁଧବାର ଅପରାହ୍ନ ସମୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ ପ୍ରାୟ ୫ଟାରୁ ରାତି ୧୦ଟା ଯାଏଁ ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ବୁଧବାର (୧୫ ତାରିଖ) ଦିନ ଶ୍ରୀବିଗ୍ରମାନଙ୍କର ଅନୁଷ୍ଠିତ ହେବ ବନକଲାଗି ନୀତି ।  ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ। ଯେଉଁଥି ଲାଗି ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦୀର୍ଘ ସମୟ ଧରି ଚାଲିବା ମହାପ୍ରଭୁଙ୍କ ବନକଲାଗି ନୀତି ।  ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, ଓ କଳା ଇତ୍ୟାଦି ବ୍ୟବହାର କରାଯିବ। ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକମାନେ ଏହି ନୀତି ସମ୍ପାଦନ କରିବେ। ଠାକୁରଙ୍କ ବନକଲାଗି ନୀତି ସରିଲେ ମହାସ୍ନାନ ନୀତି ବଢ଼ି ପୁନଃ ଠାକୁର ଦର୍ଶନ ଆରମ୍ଭ ହେବ ।

Leave A Reply

Your email address will not be published.