ଇଡିରେ ହାଜର ହେଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି

0

ଭୁବନେଶ୍ୱର (ଆମ ଟିଭି): ଇଡିରେ ଆଜି ହାଜର ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି। ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ସେ ଇଡିରେ ହାଜର ହୋଇଥିବା ଜଣାଯାଇଛି। ପ୍ରୟାସକାନ୍ତିଙ୍କୁ ଇଡି ଜେରା କରୁଥିବା ସୂଚନା ରହିଛି। କିଛି ଦିନ ତଳେ ପ୍ରଫୁଲ୍ଲ ସାମଲ ଇଡିରେ ହାଜର ହୋଇଥିଲେ। ପ୍ରଫୁଲ୍ଲଙ୍କୁ ୮ ଘଣ୍ଟା ଧରି ଜେରା କରିଥିଲା ଇଡି। ପରେ ତାଙ୍କୁ ଛାଡି ଦେଇଥିଲା। ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ହାଜର ହେବାକୁ ଇଡି ଫେବ୍ରୁଆରୀ ୧୭ ତାରିଖରେ ନୋଟିସ କରିଥିଲା। ସ୍ୱାସ୍ଥ୍ୟଗତ ସମସ୍ୟା ଜଣାଇ ଇଡିରେ ହାଜର ହେବାକୁ ଓକିଲ ଜରିଆରେ ସମୟ ମାଗିଥିଲେ ପ୍ରଫୁଲ୍ଲ। ପରବର୍ତ୍ତୀ ସମୟରେ ପୁଣି ଇଡି ପ୍ରଫୁଲ୍ଲଙ୍କୁ ହାଜର ହେବାକୁ ନୋଟିସ କରିଥିଲା। ଫ୍ରେବୃଆରୀ ୨୮ ତାରିଖରେ ପ୍ରଫୁଲ୍ଲ ଇଡିରେ ହାଜର ହୋଇଥିଲେ। ହେଲେ ତାଙ୍କ ପୁଅ ପ୍ରୟାସକାନ୍ତି ଇଡିରେ ହାଜର ହୋଇନଥିଲେ। ଆଜି ପ୍ରୟାସକାନ୍ତି ଇଡିରେ ହାଜର ହୋଇଛନ୍ତି।

ଏହାପୂର୍ବରୁ ପ୍ରଫୁଲ୍ଲ ସାମଲଙ୍କ ଭଦ୍ରକ ନୂଆବଜାର ସ୍ଥିତ ବାସଭବନରେ ଇଡିର ୬ ଜଣିଆ ଟିମ୍ ଚଢ଼ାଉ କରିଥିଲା। ସେହିପରି ବିଜେଡି ବିଧାୟକଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଇଡି ଚଢ଼ାଉ କରିଥିଲା। ଭଦ୍ରକ ସହରର ୬ଟି ସ୍ଥାନରେ ଓ ଭୁବନେଶ୍ୱରର ୪ଟି ସ୍ଥାନରେ ଇଡି ରେଡ୍‌ କରିଥିଲା। ସେଥି ମଧ୍ୟରେ ଭୁବନେଶ୍ୱରର ପଳାସପଲ୍ଲୀରେ ଥିବା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କ ଘରେ ବି ରେଡ ହୋଇଥିଲା।

Leave A Reply

Your email address will not be published.