କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ସୁରେନ୍ଦ୍ରନାଥ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଘନିଷ୍ଠ ସହଯୋଗୀ ଥିଲେ । କାକଟପୁରରୁ ସେ ୭ ଥର ବିଧାୟକ ହୋଇଥିଲେ। ତାଙ୍କ ମୃତ୍ୟୁରେ ସବୁଠି ଶୋକ ପ୍ରକାଶ ପାଇଛି ।