୬ରୁ ୯ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ

0

ପୁରୀ: ମହାପ୍ରଭୁଙ୍କ ହେବ ଶ୍ରୀମୁଖ ଶୃଙ୍ଗାର । ମାଘ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ବନ୍ଦ ରହିବ ସାଧାରଣ ଦର୍ଶନ । ସନ୍ଧ୍ୟା ୬ ରୁ ରାତି ୯ ଟା ପର୍ୟ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଭକ୍ତ ଦର୍ଶନ କରିପାରିବେ ନାହିଁ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ଏହି ନୀତି ପାଇଁ ଥିବା ସେବାୟତଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା ଏମାନଙ୍କ କାମ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ ।

Leave A Reply

Your email address will not be published.