ପୁରୀ(ଆମ ଟିଭି): ଆଜି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ମହାବାହୁ । ସେଥିପାଇଁ ଆରମ୍ଭ ହେଲା ଛେରାପହଁରା ନୀତି । ତାମଯାନରେ ଆସିଲେ ଗଜପତି ମହାରାଜ । ୩ ରଥରେ ଛେରା ପହଁରା ନୀତି ସମ୍ପନ୍ନ ହୋଇଛି ।
ପୁରୀ ଗଜପତି ମହାରାଜା ରଥଯାତ୍ରା ଓ ବାହୁଡ଼ା ଯାତ୍ରା ବ୍ୟତୀତ ଦୋଳବେଦୀରେ , ସ୍ନାନବେଦୀରେ ଓ ଚାପଉପରେ ଛେରା ପହଁରା ସେବା କରନ୍ତି । ସେହି ସ୍ଥାନକୁ ସୁନା ପହଁରାରେ ଓଳେଇ ସଫା କରିଥାନ୍ତି । ଶ୍ରୀଗୁଣ୍ଡିଚା ଓ ବାହୁଡା଼ ଯାତ୍ରାର ଅନ୍ୟତମ ମୂଖ୍ୟ ଆକର୍ଷଣ ହେଉଛି ପୁରୀ ଗଜପତି ମହାରାଜାଙ୍କ ତିନି ରଥ ଉପରେ ଛେରାପହଁରା ସେବା । ଏହି ଛେରାପହଁରା ନୀତିକୁ ଦେଖିବା ଲାଗି ଉଭୟ ସିଂହଦ୍ୱାର ଓ ଗୁଣ୍ଡିଚା ମନ୍ଦିରଠାରେ ଲକ୍ଷାଧିକ ଭକ୍ତ ତଥା ଜନସାଧାରଣଙ୍କ ସମାଗମ ହୋଇଥାଏ ।