ଭୁବନେଶ୍ୱର(ଆମ ଟିଭି): ଶେଷରେ ଦାବି ପୂରଣ କରିବାର ସରକାର ବିଫଳ ହେଲେ । ଆଜି ରାଜ୍ୟବ୍ୟାପୀ ବସ୍ ଧର୍ମଘଟ କରିଛନ୍ତି ମସ୍ ମାଲିକ ସଂଘ । ରାଜ୍ୟରେ ଗଡ଼ୁନି ଘରୋଇ ବସ୍ । ଜିଦରେ ଅଟଳ ରହିଛନ୍ତି ବସ୍ ମାଲିକ ସଂଘ । ବସ୍ ଚଳାଚଳ ନହେବାରୁ ଯାତାୟତ ପାଇଁ ହନ୍ତସନ୍ତ ହେଉଛନ୍ତି ଯାତ୍ରୀ । ରାଜ୍ୟ ସରକାରଙ୍କ ସହ ଆଲୋଚନା ବିଫଳ ହେବା ପରେ ରାଜ୍ୟ ଘରୋଇ ବସ ମାଲିକ ସଂଘ ନିଷ୍ପତ୍ତି ନେଇଛି । ଆଜି ରାଜ୍ୟ ବ୍ୟାପି ୧୪ ହଜାର ଘରୋଇ ବସ ଚଳାଚଳ ବନ୍ଦ ରହିବ ।
ଘରୋଇ ବସ୍ ମାଲିକ ସଂଘ ସଫେଇ ରଖି କହିଛି, ଲକ୍ଷ୍ମୀ ଯୋଜନା ନେଇ ସରକାର ଘରୋଇ ବସ ମାଲିକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ ପାଳନ କରିନାହାନ୍ତି । ଲକ୍ଷ୍ମୀ ଯୋଜନାରେ ବସ ଚଳାଚଳ ଦର କମ ରହୁଛି । ସମାନ ସମୟରେ ଲକ୍ଷ୍ମୀ ଓ ଘରୋଇ ବସ ଚଳାଚଳ କରୁଛି । ବ୍ଲକ ମୁଖ୍ୟାଳୟରୁ ଜିଲ୍ଲା ମୁଖ୍ୟାଳୟକୁ ଲକ୍ଷ୍ମୀ ବସ ଗଡୁଛି । ଏହା ସରକାରଙ୍କ ପ୍ରତିଶ୍ରୁତିର ବିରୁଦ୍ଧାଚରଣ କରୁଛି ବୋଲି ସଂଘ ଅଭିଯୋଗ କରିଛି ।