ନୂଆଦିଲ୍ଲୀ(ଆମ ଟିଭି): ଚାଷୀଙ୍କ ପାଇଁ ଖୁସି ଖବର । କୃଷକଙ୍କ ଖାତାକୁ ଆସିଲା ପିଏମ୍ କିଷାନ ଟଙ୍କା । ବିହାର ଭାଗଲପୁରରୁ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ର ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇଲେ ପ୍ରଧାନମନ୍ତ୍ରୀ ମୋଦୀ।
ଦେଶର ପ୍ରାୟ ୯ କୋଟି ଚାଷୀଙ୍କ ଖାତାକୁ ୨ ହଜାର ଲେଖାଏଁ ଟଙ୍କା ଆସିଲା । ଡିବିଟି ଜରିଆରେ ଚାଷୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଆସିଛି ।