ରାସନ୍‌କାର୍ଡଧାରୀଙ୍କ ପାଇଁ ଖୁସି ଖବର ; ବଢ଼ିଲା ଇ-କେୱାଇସି ଅପଡେଟ୍ ଅବଧି

0

ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ହିତାଧିକାରୀମାନଙ୍କ ପାଇଁ ଖୁସି ଖବର । ଏପର୍ଯ୍ୟନ୍ତ ଇ-କେୱାଇସି କରାଇ ନ ପାରିଥିବା ହିତାଧିକାରୀମାନେ ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନକାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ ନିଜ ଆଧାରଯୁକ୍ତ ଇ-କେୱାଇସି କରାଇ ପାରିବେ । ଏ ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସୂଚନା , ହିତାଧିକାରୀଙ୍କ ଆଧାରଭିତ୍ତିକ ଇ-କେୱାଇସି ପ୍ରକ୍ରିୟା ଜାରି ରହିଛି । ଏହା ସମସ୍ତ ୧୧,୮୨୭ ଗୋଟି ଖାଉଟି ସୁଲଭ ମୂଲ୍ୟ ଦୋକାନ ତଥା ୩୧୪ ଗୋଟି ବ୍ଲକ ଓ ୬୪ ଗୋଟି ପୌରାଞ୍ଚଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବାରାସନ କାର୍ଡ଼ ପରିଚାଳନା କେନ୍ଦ୍ର ଗୁଡ଼ିକରେ ଜାରି ରହିଛି I ଏହା ବ୍ୟତୀତ ଅଦ୍ୟାବଧି ଇ-କେୱାଇସି କରାଇ ନ ପାରିଥିବା ହିତାଧିକାରୀମାନଙ୍କୁ ପ୍ରତ୍ୟେକ ମାସର ପି.ଡ଼ି.ଏସ ସାମଗ୍ରୀ ପୂର୍ବଭଳି ପ୍ରଦାନ କରାଯାଉଅଛି I କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଇ-କେୱାଇସି ହୋଇନଥିବା କାରଣରୁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ କରାଯାଇନାହିଁ I ଏହି ପ୍ରକ୍ରିୟା ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତଚାଲୁରହିବ I

Leave A Reply

Your email address will not be published.