୭୪ତମ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍

0

ଭୁବନେଶ୍ୱର (ଆମ ଟିଭି): ୭୪ତମ ସାଧାରଣତନ୍ତ୍ର ଦିବସ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି । ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ରାଷ୍ଟ୍ରୀୟ ସମାରୋହରେ ଉପସ୍ଥିତ ରହିବେ। ସୋମବାର ପୂର୍ବାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୩ ପାଳନର ରୂପରଖେ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ସୂଚନା ଓ ଲୋକସଂପର୍କ ବିଭାଗ ଦ୍ଵାରା ପ୍ୟାରେଡ୍ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସାଧାରଣତନ୍ତ୍ର ଦିବସ ସଂପର୍କିତ ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧାପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ଉପବେଶନ ବ୍ୟବସ୍ଥାରେ ବୈଠକରେ ବିସ୍ତୁତ ଆଲୋଚନା ହୋଇଥିଲା ।

Leave A Reply

Your email address will not be published.