ଭୁବନେଶ୍ୱର (ଆମ ଟିଭି): ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟପାଳ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ରାଜ୍ୟପାଳ ରଘୁବର ଦାସ । ଲୋକଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିଠିରେ ପରାମର୍ଶ ଦେଇଛନ୍ତି । ଡିସେମ୍ବର ୫ ରୁ ୭ ତାରିଖ ଯାଏ ଢେଙ୍କାନାଳ, ଅନୁଗୁଳ ଗସ୍ତରେ ଯାଇଥିଲେ ରାଜ୍ୟପାଳ । ଏହି ସମୟର ସେଠାକାର ଲୋକଙ୍କ ସହ ଆଲୋଚନା କରିଥିଲେ । ସ୍ଥାନୀୟ ଲୋକେ ରାଜ୍ୟପାଳଙ୍କୁ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଜଣାଇଥିଲେ । ଏସବୁ ସମସ୍ୟା ଗୁଡିକୁ ତୁରନ୍ତ ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଲେଖିଥିବା ଚିଠିରେ କହିଛନ୍ତି ରାଜ୍ୟପାଳ ।
ରାଜ୍ୟପାଳ ଚିଠରେ ଉଲ୍ଲେଖ କରିଛନ୍ତି ଯେ, ଯୋରନ୍ଦାରେ ଥିବା ବୃଦ୍ଧାଶ୍ରମ ଗସ୍ତ ବେଳେ ସେଠାକାର ଜମି ସମସ୍ୟା ଓ ଅନ୍ତେବାସୀଙ୍କ ଆବଶ୍ୟକତା ପୁରଣ ପାଇଁ ଲୋକେ ଦାବି କରିଥିଲେ । ସେହିପରି ଅନୁଗୁଳ ବଅଁରପାଳ ବ୍ଲକର ତୁରାଙ୍ଗ ପଂଚାୟତରେ ଗର୍ଭବତୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଏବଂ କାଉନସିିଲିଂ ପାଇଁ ପାଇଁ ମମତା ଗୃହ ନିର୍ମାଣ କରିବାକୁ ଲୋକେ ଦାବି କରିଛନ୍ତି ।