ଦୀପାଳିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିପୁଳ ବିଜୟ ପରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ଫୋନ ଯୋଗେ କଥାବାର୍ତ୍ତା ହୋଇ ଅଭିନନ୍ଦନ ଜଣାଇଛନ୍ତି। ଏହି ବିଜୟ ସହ ଝାରସୁଗୁଡ଼ାର ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟ କରାଇଥିବାରୁ ଝାରସୁଗୁଡ଼ାବାସୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଛନ୍ତି।

ଏଣେ ବିଜୟ ପରେ ଗଣମାଧ୍ୟମ ସାମ୍ନାରେ ନିଜର ପ୍ରତିକ୍ରିୟା‌ରେ ଦୀପାଳି ଦାସ କହିଛନ୍ତି, ଏହି ବିଜୟ ପାଇଁ ମୁଁ ଝାରସୁଗୁଡ଼ାବାସୀଙ୍କୁ ନିଜର କୃତଜ୍ଞତା ଜଣାଉଛି। ଏଥିସହ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଉଛି। ବିଜେଡିର ୩ ପର୍ଯ୍ୟବେକ୍ଷକ, ସମସ୍ତ ନେତା ଓ ସହଯୋଗୀମାନଙ୍କୁ ଧନ୍ୟବାଦ ଜଣାଉଛି। ବିଜୁ ଜନତା ଦଳ ସବୁବେଳେ ବିକାଶ ପାଇଁ ଲଢ଼ିଛି, ବିକାଶ ପାଇଁ ଠିଆ ହୋଇଛି। ଝାରସୁଗୁଡ଼ା ମାଟିରେ ବିକାଶ ପୁରୁଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଦ ପଡ଼ିଛି। ଏହି ଅଞ୍ଚଳରେ ବିକାଶକୁ ଆଉ କେହି ଅଟକାଇ ପାରିବେନି। ମୋ ବାପାଙ୍କ ସ୍ୱପ୍ନ ଥିଲା ଝାରସୁଗୁଡ଼ାର ନୂତନ ନିର୍ମାଣ। ତାହାର ସମସ୍ତ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ନିଶ୍ଚିତ ଭାବରେ ମୁଁ କରିବି।

Leave A Reply

Your email address will not be published.