ଛତିଶଗଡରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ

0

ନୂଆଦିଲ୍ଲୀ: ଛତିଶଗଡରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଛତିଶଗଡ ବିଜାପୁର ଠାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ପୋଲିସ ଗୁଳିରେ ୩ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ମୃତକ ମାଓବାଦୀଙ୍କ ମଧ୍ୟରେ ୨ ମହିଳା ରହିଛନ୍ତି । ଘଟଣାସ୍ଥଳରୁ ବନ୍ଧୁକ, ଔଷଧ, ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି ।

ବିଜାପୁର ବାସାଗୁଡା ଥାନା ବେଲମଗୁଟ୍ଟା ପାହାଡରେ ବହୁ ମାଓବାଦୀ ଏକାଠି ହୋଇଥିବା ନେଇ ସୂଚନା ମିଳିଥିଲା । ଯେଉଁ ସୂଚନା ଆଧାରରେ ଆରମ୍ଭ ହୋଇଥିଲା ଅପରେସନ । ପାହାଡ ଉପରେ ବେଶ କିଛି ସମୟ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲେ । ଶେଷରେ ପୋଲିସ ଏନକାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଛନ୍ତି । ଏନେଇ ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛି ବିଜାପୁର ପୋଲିସ ।

 

Leave A Reply

Your email address will not be published.