ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରୁ ମିଳିଲା ଅଧ କେଜି ସୁନା

0

ଭୁବନେଶ୍ୱର (ଆମ ଟିଭି): ବାବୁଙ୍କ ଘରେ ପୁଳା ପୁଳା ଟଙ୍କା । ଖାଲି ଟଙ୍କା ନୁହେଁ, ସୁନା ବି ରହିଛି । ତାହା ହେଉଛି ଆୟ ବର୍ହିଭୂତ ସମ୍ପତ୍ତି । ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଚଢ଼ାଉ । ଆୟ ବର୍ହିଭୂତ ସମ୍ପତି ଠୁଲ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ସରକାରୀ ବାସଭବନ, ଘର ସମେତ ୮ଟି ସ୍ଥାନରେ ଚଢ଼ାଉ ଚାଲିଛି । ଭୁବନେଶ୍ୱର ଓ ଗଂଜାମରେ ଏକକାଳୀନ ଚଢ଼ାଉ ଜାରି ରହିଛି । ଭୁବନେଶ୍ୱର ସ୍ଥିତ କାର୍ୟ୍ୟାଳୟ ଓ ସରକାରୀ ବାସଭବନରେ ଚଢ଼ାଉ କରୁଛି ଭିଜିଲାନ୍ସ ।

ଭୁବନେଶ୍ୱରର ପାଣ୍ଡରା, ଚନ୍ଦ୍ରଶେଖରପୁର, ଲକ୍ଷ୍ମୀସାଗରରେ ଥିବା ଘର ଓ ବ୍ରହ୍ମପୁରର ପୈତୃକ ଘର ଓ ଭବାନୀପୁରରେ ଥିବା ଘରେ ରେଡ୍ ହୋଇଛି । ଏହି ଚଢ଼ାଉ ବେଳେ ବିପୁଳ ସମ୍ପତି ଠାବ କରିଛି ଭିଜିଲାନ୍ସ । ଭୁବନେଶ୍ୱରରେ ୨ଟି ବହୁ ମହଲା କୋଠା, ୨ଟି ଫ୍ଲାଟ, ୫ଟି ପ୍ଲଟ, ଅଧ କେଜି ସୁନା, ଆକାଉଂଟରେ ୧ କୋଟି ୩୭ ଲକ୍ଷ ଟଙ୍କା ଜମା ରହିଥିବା ଭିଜିଲାନ୍ସ ଜାଣିବାକୁ ପାଇଛି । ଏହାସହ ୧ଲକ୍ଷ ୨୧ ହଜାର ଟଙ୍କାର ନଗଦ ମଧ୍ୟ ଜବତ ହୋଇଛି ।

Leave A Reply

Your email address will not be published.