ଆରପାରିରେ ହୃସେନ ରବି ଗାନ୍ଧି

0

କଟକ: ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଆଜି ମଧ୍ୟାହ୍ନରେ ପରଲୋକ ହୋଇଛି। ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ତାଙ୍କର ଶେଷ ଦର୍ଶନ ଲାଗି ମରଶରୀରକୁ କଟକ ବାସଭବନରେ ରଖାଯାଇଛି। ସେ ୨୦୦୮ରୁ ୨୦୧୦ ଯାଏ ଓଡ଼ିଶା ସାହିତ୍ୟ ଏକାଡେମିର ସଭାପତି ଦାୟିତ୍ବ ନିର୍ବାହ କରିଥିଲେ।

ହୁସେନ ୧୯୪୮ ମସିହା ଏପ୍ରିଲ ୨୩ ତାରିଖରେ ଯାଜପୁର ଜିଲ୍ଲାର ହାଲଡିଗଡିଆ ଗାଁର ମୁଫତିବାଗରେ ତାରାକୋଟର ଶାସକ ପରିବାରରେ ଜନ୍ମଗ୍ରହଣ କରିଥିଲେ। ସେ ମହମ୍ମଦ ମୋଜାମିଲ ହୁସେନଙ୍କ ଜ୍ୟେଷ୍ଠ ପୁତ୍ର ଏବଂ ତାରାକୋଟ ରାଜ୍ୟର ଶେଷ ଶାସକ ଦାବିରୁଦ୍ଦିନ ମହମ୍ମଦ ଖାନ୍ ବାହାଦୂରଙ୍କ ନାତି। ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଲେଖକ ମେହମୁଦ ହୁସେନ୍ ତାଙ୍କର ସାନ ଭାଇ। ସେ ୧୩ଟି ପୁସ୍ତକର ରଚୟିତା। ଏଥିମଧ୍ୟରେ ମୁକ୍ତ ପୂର୍ବାସା, ସିଂହାସନ ଭାଙ୍ଗିବାର କାର୍ଯ୍ୟକ୍ରମ ଓ ଆଜିର ଗଳ୍ପ ଓ ଗଳ୍ପ ସମ୍ଭାର ଆଦି ବେଶ୍ ଚର୍ଚ୍ଚିତ। ହୁସେନ ରବି ଗାନ୍ଧୀ ‘ଉତ୍କଳ ପ୍ରସଙ୍ଗ’ର ବି ସଂପାଦନା କରିଥିଲେ।

Leave A Reply

Your email address will not be published.