ମେଡିକାଲରେ ଭର୍ତ୍ତି ହେଲେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚଡ଼ି କୁମାରସ୍ବାମୀ

0

ନୂଆଦିଲ୍ଲୀ : କର୍ଣ୍ଣାଟକାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡି(ଏସ୍) ନେତା ଏଚ୍‌ଡି କୁମାରସ୍ୱାମୀଙ୍କୁ ବେଙ୍ଗାଲୁରୁର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶନିବାର ସନ୍ଧ୍ୟାରେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଏବେ ତାଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତରଖାନା ପକ୍ଷରୁ କୁହାଯାଇଛି।

ଡାକ୍ତରଖାନା ପକ୍ଷରୁ ଜାରି କରାଯାଇଥିବା ବୟାନରେ କୁହାଯାଇଛି ଯେ ଏଚ୍‌ଡି କୁମାରସ୍ୱାମୀ ଗତକାଲି ସନ୍ଧ୍ୟାରେ କ୍ଳାନ୍ତ ଓ ଦୁର୍ବଳ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏଠାରେ ତାଙ୍କର ଆବଶ୍ୟକୀୟ ସମସ୍ତ ଟେଷ୍ଟ କରାଯାଇ ଚିକିତ୍ସା ଆରମ୍ଭ କରାଯାଇଛି। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଅଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟୁଛି। ଗତକାଲି ଡାକ୍ତରଖାନାରେ ଭର୍ତ୍ତି ହେଲା ବେଳେ କୁମାରସ୍ୱାମୀଙ୍କ ଦେହରେ ଜ୍ୱର ମଧ୍ୟ ଥିଲା ବୋଲି ଜଣାପଡ଼ିଛି।

Leave A Reply

Your email address will not be published.