ଗରମ ଉପରେ ଲାଗିବ ବ୍ରେକ୍‌, ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା

0

ଗରମ ଉପରେ ଲାଗିବ ବ୍ରେକ । ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା । ଏହା ଆସନ୍ତା ୨୪ ଘଣ୍ଟା ଯାଏଁ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରି ରିକର୍ଭ କରି ଉତ୍ତର ଉତ୍ତର-ପୂର୍ବ ଦିଗକୁ ଗତି କରି ସମୁଦ୍ରରେ ଦୁର୍ବଳ ହେବ । ଏପଟେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜିଠୁ ୧୨ ତାରିଖ ଯାଏଁ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି ହୋଇଛି। ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ସେହିପରି ୧୦ ତାରିଖ ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହି ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ସେହିପରି ୧୧ ତାରିଖ ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ୧୨ ତାରିଖ ପରେ ପାଗ ବଦଳିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.