ପ୍ରବଳ ବର୍ଷିବ: ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର (ଆମ ଟିଭି): ଆଜି ବି ପ୍ରବଳ ବର୍ଷିବ। ଆଜି ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ । ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ଆଜି ୨୪ ଜିଲ୍ଲା ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଆଜି ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳରେ ୭୦ରୁ ୨୦୦ ମିଲିମିଟର ଯାଏ ବର୍ଷା ହୋଇପାରେ । ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ଯାଏ ବର୍ଷା ହୋଇପାରେ ।