ଭୁବନେଶ୍ୱର (ଆମ ଟିଭି): ବିଜେପି ପଦାଧିକାରୀ ବୈଠକ ଶେଷ ହେବା ପରେ ବଡ ବୟାନ ଦେଇଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ । ୨୦୨୪ ନିର୍ବାଚନ ପାଇଁ ବିଜେପିର ରଣନୀତିକୁ ନେଇ ଜୟନାରାୟଣ କହିଛନ୍ତି, ଜାନୁଆରୀ ୫ ପରେ ସଂଘର୍ଷ ଆରମ୍ଭ ହେବ । କାର୍ୟ୍ୟକର୍ତାଙ୍କ ମଧ୍ୟରେ ଘର ବଂଟନ ହେବ । ଜଣେ ଜଣେ କାର୍ୟ୍ୟକର୍ତାଙ୍କୁ ଗୋଟିଏ ଗୋଟିଏ ଘରର ଦାୟିତ୍ୱ ଦିଆଯିବ । କଂଗ୍ରସ ମୈଦାନରେ ନଥିବାରୁ ୨୦୨୪ରେ ବିଜେଡି ସହ ୱାନ ଟୁ ୱାନ୍ ଫାଇଟ୍ ହେବ ।
ଓଡ଼ିଶାରେ ବିଜେଡି ସହ ବିଜେପିର କୌଣସି ସମ୍ପର୍କ ନାହିଁ । ଯେହେତୁ କଂଗ୍ରେସ ଏବେ ମୈଦାନରେ ନାହିଁ ତେଣୁ ୫୦% ଭୋଟ ଉପରେ ବିଜେପିର ଫୋକସ ରହିବ ବୋଲି କହିଛନ୍ତି ଜୟନାରାୟଣ । ଏନେଇ ପଦାଧିକାରୀ ବୈଠକରେ କେନ୍ଦ୍ରୀୟ ନେତୃତ୍ୱ ନିର୍ଦ୍ଦେଶ ଦେଇଥିବା କହିଛନ୍ତି ଜୟନାରାୟଣ । ସେହିଭଳି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ କହିଛନ୍ତି, ବିଜେଡି ସହ କୌଣସି ମେଣ୍ଟ ନାହିଁ । ଯାହା ଦ୍ୱନ୍ଦ୍ୱ ଥିôଲା ରାଜ୍ୟ ପ୍ରଭାରୀ ସୁନିଲ ବଂଶଲ ତାହା ଦୂର କରିଛନ୍ତି ।