ଭୁବନେଶ୍ୱର (ଆମ ଟିଭି): ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତାକାଲି ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଆଶଙ୍କା କରାଯାଉଛି । ଅର୍ଥାତ ଗଣେଷ ପୂଜାରେ ପ୍ରବଳ ବର୍ଷା ହୋଇପାରେ । ଅନ୍ୟପଟେ ଆଜି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ସେହି ଜିଲ୍ଲାଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିହଂପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ମଧ୍ୟ ହୋଇପାରେ । ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।