ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ୱର(ଆମ ଟିଭି): ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଘୂର୍ଣ୍ଣିବଳୟ । ପରେ ଏହା ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ କାଲିଠୁ ବର୍ଷା ଲାଗି ରହିବ । ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ହେବ । ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ।

ସେହିଭଳି ୧୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖ ଦିନ ରାଜ୍ୟରେ ବର୍ଷାର ପ୍ରଭାବ ଓ ବିସ୍ତୃତି ବଢ଼ିବ। ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।

Leave A Reply

Your email address will not be published.